
ଭୁବନେଶ୍ବର: ପୁଣି ଦିନକରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟା ଭିତରେ ୫୩ ହଜାର ୪୭୮ କରୋନା ନମୁନା ପରୀକ୍ଷା ହୋଇଥିବାର ଖବର ମିଳିଛି। ଏଥିମଧ୍ୟରୁ ୪୭,୫୧୨ ଜଣଙ୍କର ଆଣ୍ଟିଜେନ, ୫୮୪୯ଟି ଆରଟିପିସିଆର୍ ଓ ୧୧୭ଟି ଟ୍ରୁନଟ୍ ପରୀକ୍ଷା ହୋଇଛି ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।ଗତ ୨୪ ଘଣ୍ଟା ଭିତରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬,୫୬୪ କୋରୋନା ନମୁନା ପରୀକ୍ଷା ହୋଇଛି।
କରୋନା ନମୁନା ପରୀକ୍ଷା କ୍ଷେତ୍ରରେ ଓଡ଼ିଶା ସଫଳତା ହାସଲ କରିଛି। ରାଜ୍ୟରେ ନମୁନା ପରୀକ୍ଷା ସଂଖ୍ୟା ଇତିମଧ୍ୟରେ ୧୦ଲକ୍ଷ ଟପିଯାଇଛି। ଲଗାତାର କିଛି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା ହେବା ଫଳରେ ଏହା ସମ୍ଭବପର ହୋଇଛି।
କେବଳ ନମୁନା ପରୀକ୍ଷାରେ ବୃଦ୍ଧି ନୁହେଁ, ଦୈନିକ ଟେଷ୍ଟ ପଜିଟିଭ୍ ରେଟ୍ (ଟିପିଆର) ୫ରୁ ତଳକୁ ଖସି ଆସିଛି। କରୋନା ଲଢ଼େଇରେ ଏହା ରାଜ୍ୟ ପାଇଁ ଏକ ଉତ୍ସାହଜନକ ଖବର।
ଏଣେ ରାଜ୍ୟର ଏକାଧିକ ଜିଲ୍ଲାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ୁଛି। ୧୯ଟି ଜିଲ୍ଲାରେ ଏ ପର୍ଯ୍ୟନ୍ତ ହଜାରେରୁ ଅଧିକ ରୋଗୀ ଚିହ୍ନଟ ହୋଇ ସାରିଲେଣି। ବିଶେଷକରି ଖୋର୍ଧା ଜିଲ୍ଲା ରାଜ୍ୟର କରୋନା ସଂକ୍ରମଣର ପ୍ରମୁଖ ସ୍ଥାନ ପାଲଟିଛି। ଚଳିତ ମାସରେ ରାଜ୍ୟରେ ଲଗାତାର ଭାବେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ସୁଦ୍ଧା ଓଡ଼ିଶାରେ ୩୭୨ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।
from କରୋନା – Sambad https://ift.tt/3j1tme7
0 Comments