ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ଭାଇରସ ମହାମାରୀରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ଗତକାଲିର ରେକର୍ଡକୁ ଟପିବା ସହିତ ୧୦ ହଜାର ଅତିକ୍ରମ କରିଛି। ରାଜଧାନୀର ବିଭିନ୍ନ ଅଂଚଳରୁ ଆଜି ମୋଟ୍‌ ୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରେ ୨୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

ବିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ମୋଟ୍‌ ୧୦ ହଜାର ୨୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୬ ହଜାର ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ୩ ହଜାର ୯୧୦ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ଥିବା ବେଳେ ୪୧ ଜଣଙ୍କର ମୃତ୍ୟୁ ହୋଇଛି।



from କରୋନା – Sambad https://ift.tt/32FdPuc