
ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଦିନକ ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଉର୍ଧ୍ବ କୋଭିଡ୍ ନମୁନା ପରୀକ୍ଷା କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ ନମୁନା ପରୀକ୍ଷା କରାଯାଉଥିବା ଦେଖିବାକୁ ମିଳିଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାର ୧୪୭ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ଆଣ୍ଟିଜେନ ପଦ୍ଧତିରେ ୪୩,୧୮୮, ଆରଟିପିସିଆରରେ ୬,୮୯୯ ଏବଂ ଟ୍ରୁନଟ୍ରେ ୬୦ଟି କରୋନା ନମୁନା ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
DNA India
ଉଲ୍ଲେଖଯୋଗ୍ୟ, ଗତକାଲି ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର ଏବଂ ୩୫, ୬୯୪ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍ରେ ୧୦୧ଟି କରୋନା ନମୁନା ପରୀକ୍ଷା କରାଯାଇଥିବା ବେଳେ ସର୍ବାଧିକ କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୪୫୨୦ ନମୁନା ପରୀକ୍ଷା ହୋଇଥିବା ସୂଚନା ରହିଥିଲା।
from କରୋନା – Sambad https://ift.tt/2GpxwPi
0 Comments