ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରୁ ଆଜି ୨ ହଜାର ୭୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୯ ହଜାର ୫୭୫ରେ ପହଂଚିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

 

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ୩୯୯ ଜଣ, କଟକ ଜିଲ୍ଲାରୁ ୧୮୯ ଜଣ, ଅନୁଗୁଳ ଜିଲ୍ଲାରୁ ୧୭୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୪ ଜଣ, ମୟୂରଭଂଜ ଜିଲ୍ଲାରୁ ୧୧୦ ଜଣ, ପୁରୀ ଜିଲ୍ଲାରୁ ୧୦୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୧ ଜଣ ଓ ବରଗଡ଼ ଜିଲ୍ଲାରୁ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

ସେହିଭଳି ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୫ ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୮୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୬ ଜଣ, କେରାପୁଟ ଜିଲ୍ଲାରୁ ୮୫ ଜଣ, ମାଲକାନଗିରି ଜିଲ୍ଲାରୁ ୬୯ ଜଣ, କେନ୍ଦୁଝର ଜିଲ୍ଲାରୁ ୬୫ ଜଣ, ନବରଂଗପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୬୩ ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୫୯ ଜଣ, ନୂଆପଡ଼ା ଜିଲ୍ଲାରୁ ୪୬ ଜଣ, କନ୍ଧମାଳ ଜିଲ୍ଲାରୁ ୪୩ ଜଣ, ଢେଙ୍କାନାଳ, ନୟାଗଡ଼ ଜିଲ୍ଲାରୁ ୪୦ ଜଣ ଲେଖାଏଁ, ବୌଦ୍ଧ ଜିଲ୍ଲାରୁ ୨୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨୦ ଜଣ, ଗଂଜାମ ଜିଲ୍ଲାରୁ ୧୮ ଜଣ, ଦେବଗଡ଼ ଜିଲ୍ଲାରୁ ୧୭ ଜଣ, ଗଜପତି ଜିଲ୍ଲାରୁ ୬ ଜଣ ଓ ରାଜ୍ୟପୁଲରୁ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ କରୋନାରୁ ଆଜି ସୁସ୍ଥ ହେଲେ ୨୭୩୮ ଆକ୍ରାନ୍ତ first appeared on Sambad.



from କରୋନା – Sambad https://ift.tt/31hPElF