ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୨୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୭୩ ଜଣ ସଂଗରୋଧ ଓ ୧୮୦ ଜଣ ସ୍ଥାନୀୟ ଅଂଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୨୯୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୬ ହଜାର ୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୩ ହଜାର ୧୬୬ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୨୨୨ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୨୭ ଜଣଙ୍କର ମୃତ୍ୟୁ ହୋଇଛି।

ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ। ନୟାପଲ୍ଲୀରୁ ୭ ଜଣ, ୟୁନିଟ-୯ରୁ ୫ ଜଣ, ପଟିଆରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସ୍ଥାନୀୟ ସଂକ୍ରମଣ ଯୋଗୁଁ ଆଜି ଲକ୍ଷ୍ମୀସାଗରରୁ ୧୩ ଜଣ ଓ ସହିଦନଗରରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିଭଳି ଖଣ୍ଡଗିରିରୁ ୯ ଜଣ, ନୟାପଲ୍ଲୀ, ଚନ୍ଦ୍ରଶେଖରପୁର, ଡୁମଡୁମାରୁ ୭ ଜଣ ଲେଖାଏଁ, ଆଇଆରସି ଭିଲେଜ, ନୟାପଲ୍ଲୀ, ୟୁନିଟ-୬ରୁ ୬ ଜଣ ଲେଖାଏଁ, ପୁରୁଣା ଭୁବନେଶ୍ୱର, ପୋଖରିପୁଟ, କଳିଙ୍ଗନଗରରୁ ୫-୫ ଜଣ, ନିଳାଦ୍ରୀ ବିହାର, ବଡ଼ଗଡ଼, ଘାଟିକିଆ ଝାରପଡ଼ାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ଭୁବନେଶ୍ୱରରୁ ଆଜି ୨୫୩ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୯୯ ଜଣ ଆକ୍ରାନ୍ତ first appeared on Sambad.



from କରୋନା – Sambad https://ift.tt/352t2GK