
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୬୮ଜଣ ସଂଗରୋଧ କେନ୍ଦ୍ରରୁ ଓ ୧୪୫ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରରୁ ଏ ପର୍ଯ୍ୟନ୍ତ ୨୭ ହଜାର ୪୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୪ ହଜାର ୪୫୦ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୮୩୦ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୪୦ଜଣଙ୍କର ମୃତ୍ୟୁ ହୋଇଛି। ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।
ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ୬୮ଜଣଙ୍କ ମଧ୍ୟରୁ ଚନ୍ଦ୍ରଶେଖରପୁରରୁ ୧୦ଜଣ ଏବଂ ଝାରପଡ଼ାରୁ ୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସେହି ଭଳି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୪୫ଜଣଙ୍କ ମଧ୍ୟରୁ ପଟିଆ ଓ ବରମୁଣ୍ଡାରୁ ୮ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓଲଡ଼ ଟାଉନରୁ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି |
The post ଭୁବନେଶ୍ୱରରୁ ଆଜି ୨୧୩ ଜଣ କରୋନା ପଜିଟିଭ ଚିହ୍ନଟ first appeared on Sambad.
from କରୋନା – Sambad https://ift.tt/3jbgrpK
0 Comments