ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟ‌ରେ ରାଜ୍ୟରେ ନୂଆ ୧୪୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୨୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫କୁ ବୃଦ୍ଧି ପାଇଛି।  ୩୦ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ଆଜି କେତେଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଅନୁଗୁଳରୁ ୧୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୮୪, ବରଗଡ଼ରୁ ୪୯, ଭଦ୍ରକରୁ ୨୪, ବଲାଙ୍ଗୀରରୁ ୪୪, ବୌଦ୍ଧରୁ ୧୨, କଟକରୁ ୧୦୬, ଦେବଗଡ଼ରୁ ୧୧, ଢେଙ୍କାନନାଳରୁ ୨୫, ଗଜପତିରୁ ୬, ଗଞ୍ଜାମରୁ ୨୦, ଜଗତ୍‌ସିଂହପୁରରୁ ୭୨, ଯାଜପୁରରୁ ୫୬, ଝାରସୁଗୁଡ଼ାରୁ ୫୦, କଳାହାଣ୍ଡିରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୫୧, କେନ୍ଦୁଝରରୁ ୮୭, ଖୋର୍ଦ୍ଧାରୁ ୧୧୦, କୋରାପୁଟରୁ ୩୯, ମାଲକାନଗିରିରୁ ୨୩, ମୟୂରଭଞ୍ଜରୁ ୧୧୩, ନବରଙ୍ଗପୁରରୁ ୪୦, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୪୪, ପୁରୀରୁ ୪୭, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୯, ସୋନପୁରରୁ ୧୪, ସୁନ୍ଦରଗଡ଼ରୁ ୯୦ ଓ ଷ୍ଟେଟ୍‌ପୁଲ୍‌ରୁ ୨୬ ଜଣ ଚିହ୍ନଟ ହୋଇଛନ୍ତିି।

ଏଣେ କରୋନାରେ ପୁଣି ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି first appeared on Sambad.



from କରୋନା – Sambad https://ift.tt/3juFggL