କଟକ: ଆଜି କଟକ ଜିଲ୍ଲାରୁ ୧୪୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେ‌ଳେ କଟକ ସହରରୁ ମୋଟ ୬୪ଜଣ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ଚିହ୍ନଟ ୬୪ଜଣଙ୍କ ମଧ୍ୟରୁ ସ୍ଥାନୀୟ ଅଂଚଳରୁ ୨୫ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୧୪ଜଣ ଓ ଗୃହ ସଂଗରୋଧରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଯାବତ କଟକରେ ୧୪,୧୬୬ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ୧୩,୨୨୨ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଏହି ମହାମାରୀରେ ୬୫ଜଣଙ୍କ ମୃତ୍ୟୁ ହୋଇଥିବା ବେ‌ଳେ ଏବେ ୮୭୯ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି |

The post କଟକ ସହରରୁ ଆଜି ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/3jbapW8