ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ଆୟତ୍ତାଧୀନ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୯୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬ ଲକ୍ଷ ୮୩ ହଜାର ୯୧୭ରେ ପହଞ୍ଚିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।

ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୮୦ ଲକ୍ଷ ୬୬ ହଜାର ୫୦୨ ଜଣ। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୫୨ ହଜାର ୭୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୨୪ ଘଣ୍ଟା ମଧ୍ୟରେ ୫୫୦ ଜଣଙ୍କର କରୋନା ଜନିତ ମୃତ୍ୟୁ ଘଟି ସମୁଦାୟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୮ ହଜାର ୧୨୧ରେ ପହଞ୍ଚିଛି। ଏବେ ସକ୍ରିୟ ଅଛନ୍ତି ୪ ଲକ୍ଷ ୮୯ ହଜାର ୨୯୪ ଜଣ।

ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ୍‌ ରିସର୍ଚ(ଆଇସିଏମଥଆର୍‌) ପକ୍ଷରୁ ଦିଆଯାଇଥିବା ରିପୋର୍ଟ ଅନୁଯାୟୀ, ଗତକାଲି ୧୧ ଲକ୍ଷ ୯୩ ହଜାର ୩୫୮ ନମୁନା ପରୀକ୍ଷଣ ହୋଇଥିବା ବେଳେ ୧୧ ତାରିଖ ସୁଦ୍ଧା ସମୁଦାୟ ୧୨ କ‌ୋଟି ୧୯ ଲକ୍ଷ ୬୨ ହଜାର ୫୦୯ ନମୁନା ପରୀକ୍ଷା ହୋଇ ସାରିଲାଣି।

The post ଗତ ୨୪ ଘଣ୍ଟାରେ ଦେଶରେ ପୁଣି ୪୭ ହଜାର ୯୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/2IoihHb