ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୧୧ଟି ଜିଲ୍ଲାରେ ସଂକ୍ରମଣ ଏକ ଅଙ୍କରେ ସୀମିତ ରହିଛି। ଫଳରେ ରାଜ୍ୟରେ ଏବେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୧୭ହଜାର ୨୩୯କୁ ବୃଦ୍ଧି ପାଇଛି। ରାଜ୍ୟରେ ୧୪ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ରାଜ୍ୟରେ ସମୁଦାୟ କରୋନା ମୃତ୍ୟୁ ସଂଖ୍ୟା ୧୭୧୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଆଜି ୯୦୮ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୩ଲକ୍ଷ ୯ହଜାର ୭୪୭କୁ ବୃଦ୍ଧି ପାଇଛି। ରାଜ୍ୟରେ ଏବେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୫ ହଜାର ୭୨୧କୁ ଖସି ଆସିଛି।

The post ଦିନକରେ ୫୯୪ ପଜିଟିଭ୍, ୧୪ ମୃତ first appeared on Sambad.



from କରୋନା – Sambad https://ift.tt/3q9LMOv