ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୦ ହଜାର ୫୨ରେ ପହଞ୍ଚିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩୭୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୩ ଜଣ ସ୍ଥାନୀୟ ସଂକ୍ରମିତ। ଏଣେ ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୯୯ ହଜାର ୧୫୯ ଜଣ। ଏବେ ବି ସକ୍ରୟ ଅଛନ୍ତି ୯ ହଜାର ୨୮୦ ଜଣ।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୩ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୨୯ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍ସିଂହପୁରରୁ ୨୭ ଜଣ, ଯାଜପୁରରୁ ୧୭ ଜଣ, ଝାରସୁଗୁଡ଼ାରୁ ୨୬ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୩୭ ଜଣ, ଖୋର୍ଦ୍ଧାରୁ ୭୩ ଜଣ, କୋରାପୁଟରୁ ଜଣେ, ମାଲକାନଗିରିରୁ ୧୬ ଜଣ, ମୟୂରଭଞ୍ଜରୁ ୫୯ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୯ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ରାଜ୍ୟରେ ଆଉ ୧୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।
The post ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପୁଣି ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ, ୧୭ ମୃତ first appeared on Sambad.
from କରୋନା – Sambad https://ift.tt/3lIldx6
0 Comments