
ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୧,୮୧୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୯୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ ସଂକ୍ରମଣ ମାମଲା ୯୩,୯୨,୯୧୯ ଓ ମୃତ୍ୟୁସଂଖ୍ୟା ୧୩୬, ୫୯୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨୦୦୦ରୁ ଅଧିକ ଆକ୍ରାନ୍ତ ଚିକିତ୍ସିତ ହୋଇ ଫେରିଛନ୍ତି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪୫୩, ୯୫୬।
ସେହିଭଳି ଏବେ ସୁଦ୍ଧା ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୮୮, ୦୨, ୨୬୭ ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ରବିବାର ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପୋଷ୍ଟ୍ କରିଥିବା ଏକ ଗ୍ରାଫ୍ରେ ଦେଖାଯାଉଛି ଯେ, ଜାତୀୟସ୍ତରରେ ୧.୬୪% ଥିବା କରୋନାଭାଇରସ୍ଜନିତ ମୃତ୍ୟୁ ହାର ଠାରୁ ୨୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୃତ୍ୟୁହାର କମ୍ ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟମାନଙ୍କ ମଧ୍ୟରୁ କେରଳରେ ସଂକ୍ରମଣ ହାର ସବୁଠୁ ଅଧିକ ୬,୨୫୦ ରହିଥିବା ଜଣାପଡ଼ିଛି।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ୪୧,୮୧୦ ନୂଆ ସଂକ୍ରମଣ ଓ ୪୯୬ ଆକ୍ରାନ୍ତଙ୍କ ମୃତ୍ୟୁ first appeared on Sambad.
from କରୋନା – Sambad https://ift.tt/2VcMI6v
0 Comments