
ଭୁବନେଶ୍ବର : ରାଜଧାନୀରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି। ଲଗାତାର ଭାବେ ନୂତନ ସଂକ୍ରମିତଙ୍କ ତୁଳନାରେ ସୁସ୍ଥ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦୃଷ୍ଟିରୁ ଭୁବନେଶ୍ବରରେ ଏବେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୪୭୭କୁ ଖସି ଆସିଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ବରରେ ୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩୦,୬୯୧କୁ ବୃଦ୍ଧି ପାଇଛି। ତେବେ ୪୬ଜଣ ରୋଗୀ ସୁସ୍ଥ ହେବା ଫଳରେ ସମୁଦାୟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୨୯,୯୭୫କୁ ବୃଦ୍ଧି ପାଇଛି। ୩ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ରାଜଧାନୀରେ ଏ ଯାଏ ୨୧୮ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।
The post ୫୦୦ ତଳେ ରାଜଧାନୀରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା first appeared on Sambad.
from କରୋନା – Sambad https://ift.tt/2VhizTe
0 Comments