ବାରିପଦା: ଜିଲ୍ଲାରେ ୪୦ ତଳକୁ ଖସିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ମୟୂରଭଞ୍ଜରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଜିଲ୍ଲାରେ କୋଭିଡ୍ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୩, ୨୦୯ରେ ପହଞ୍ଚିଛି ।

ସେହିପରି ଗତକାଲି ସୁଦ୍ଧା ଜିଲ୍ଲାରେ ସୁସ୍ଥ ସଂଖ୍ୟା ୧୨, ୬୯୭ ରହିଥିବା ବେଳେ ଆଜି ପର୍ଯ୍ୟନ୍ତ ୪୩୦ ଜଣ ସକ୍ରିୟ ଥାଇ ଚିକିତ୍ସାଧୀନ ଅଛନ୍ତି। ଜିଲ୍ଲାରେ ୮୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଇଛି।

The post ୩୨କୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/37poz1U