ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ କମ୍ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୨୧୯ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୫୧୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨ ହଜାର ୭୯୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୨ ଲକ୍ଷ ୮୮ ହଜାର ୧୬୮ ଜଣ। ଏବେ ସକ୍ରିୟ ଅଛନ୍ତି ୧୩ ହଜାର ୧୩୧ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୮ ଜଣ କରେନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୦୭ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୪୬ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୦୬ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୧୫ ଜଣ, ଗଜତ୍ସିଂହପୁରରୁ ୫୩ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୩୬ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେନ୍ଦୁଝରରୁ ୪୦ ଜଣ, ଖୋର୍ଦ୍ଧାରୁ ୯୨ ଜଣ, କୋରାପୁଟରୁ ୨୮ ଜଣ, ମାଲକାନଗରିରୁ ୫ ଜଣ, ମୟୂରଭଞ୍ଜରୁ ୮୩ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୩ ଜଣ, ନୂଆପଡ଼ାରୁ ୩୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ବଲପୁରରୁ ୩୨ ଜଣ, ସୋନପୁରରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୦୭ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ୧୬ ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଛି।
The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୨୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ, ୧୬ ମୃତ first appeared on Sambad.
from କରୋନା – Sambad https://ift.tt/2Ifxw5l
0 Comments