ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୯.୩୨ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୪, ୦୯୬ରେ ପହଞ୍ଚିଛି। ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯,୩୨,୫୪୮ରେ ପହଞ୍ଚିଛି। ଗତକାଲିର ସଂକ୍ରମଣ ସଂଖ୍ୟା ଠାରୁ ଆଜିର ସଂକ୍ରମଣ ସଂଖ୍ୟା ପ୍ରାୟ ୨୦% ଅଧିକ।

Image Courtesy of NDTV

୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୩,୮୧୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୪, ୫୬, ୪୪୯।

Image Courtesy of India Today

ଜାନୁଆରି ୩୦ ତାରିଖ ଦିନ ପ୍ରଥମ କୋଭିଡ୍‌-୧୯ ସଂକ୍ରମଣ ଚିହ୍ନଟ କରିଥିବା ଭାରତ ଏବେ ବିଶ୍ୱର ଦ୍ୱିତୀୟ ବୃହତ୍‌ କରୋନାଭାଇରସ୍‌ ସଂକ୍ରମିତ ଦେଶ ଭାବେ ପରିଗଣିତ ହେଉଛି। ପ୍ରଥମ ସ୍ଥାନରେ ରହିଛି ଯୁକ୍ତରାଷ୍ଟ୍ର ଆମେରିକା।

The post ୨୪ ଘଣ୍ଟା ମଧ୍ୟରେ ୨୬,୩୮୨ ନୂଆ ସଂକ୍ରମଣ ସହ ୯୯.୩୨ ଲକ୍ଷରେ ପହଞ୍ଚିଲା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/2K2aakW