ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୨୨,୨୭୨ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୬୯,୧୧୮ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୨,୨୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୫୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ଆକ୍ରାନ୍ତଙ୍କ ସଂଖ୍ୟା ୩.୪% ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏଥିସହ ଗତ ଛଅ ମାସ ମଧ୍ୟରେ ଭାରତରେ ପ୍ରଥମ କରି କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୩୦୦ ତଳେ ଥିବା ଜଣାପଡ଼ିଛି।

Image Courtesy of Hindustan Times

ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୭,୩୪୩ରେ ପହଞ୍ଚିଛି। ଶରୀରରେ ଅନ୍ୟାନ୍ୟ ରୋଗ ଥିବାରୁ ପ୍ରାୟ ୭୦% କୋଭିଡ୍‌-୧୯ ଆକ୍ରାନ୍ତଙ୍କର ମୃତ୍ୟୁ ଘଟୁଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଗୁରୁତ୍ୱାରୋପ କରି କହିଛି।

ସେହିଭଳି, ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୧,୬୯,୧୧୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୨୨, ୨୭୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୭, ୪୦, ୧୦୮।

ଏହାଛଡ଼ା, ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୮୧,୬୬୭ । ଏହା ସମୁଦାୟ ଆକ୍ରାନ୍ତସଂଖ୍ୟାର ୩%ରୁ କମ୍‌ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି।

The post ୨୨,୨୭୨ ନୂଆ ମାମଲା ସହ ୧,୦୧,୬୯,୧୧୮ ପହଞ୍ଚିଲା ଦେଶରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/3ph97fQ