ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ନୂଆ ୪୦୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହେଉଥିବା ବେଳେ ୧୭୧ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୭୯୬ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୯ ହଜାର ୮୫୦ ଜଣ ଓ ସକ୍ରିୟ ଅଛନ୍ତି ୩୦୭୩ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୪ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ ଜଣ, ବୌଦ୍ଧରୁ ଜଣେ, କଟକରୁ ୨୫ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରରୁ ୬ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୯ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧାରୁ ୪୬ ଜଣ, କେରାପୁଟରୁ ୭ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୮ ଜଣ, ସମ୍ବଲପୁରରୁ ୨୬ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।

 

The post ରାଜ୍ୟରେ ପୁଣି ୪୦୭ ନୂଆ କରୋନା ସଂକ୍ରମିତ ଚିହ୍ନଟ, ୫ ମୃତ first appeared on Sambad.



from କରୋନା – Sambad https://ift.tt/34gYi5q