ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୪୦୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରୁ ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୩୭୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ଏହି ସୂଚନା ଦିଆଯାଇଛି।

 

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାରୁ ଆଜି ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୪୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ ଜଣ, କଟକ ଜିଲ୍ଲାରୁ ୨୭ ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ ଜଣ, ବଲାଙ୍ଗୀର, ଯାଜପୁର ଜିଲ୍ଲାରୁ ୨୪ ଜଣ ଲେଖାଏଁ, ମୟୂରଭଂଜ ଜିଲ୍ଲାରୁ ୨୨ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଅନୁଗୁଳ ଜିଲ୍ଲାରୁ ୧୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

ସେହିପରି ଦେବଗଡ଼, ନବରଂଗପୁର ଜିଲ୍ଲାରୁ ୯-୯ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ୬ ଜଣ ଲେଖାଏଁ, ଜଗତସିଂହପୁର, ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ଭଦ୍ରକ, ଗଂଜାମ, ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ବୌଦ୍ଧ, ଗଜପତି, କୋରାପୁଟ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୧ ଜଣ ସୁସ୍ଥ ହୋଇଛନ୍ତି।

The post ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୪୦୬ ଆକ୍ରାନ୍ତ first appeared on Sambad.



from କରୋନା – Sambad https://ift.tt/3rqAi9P

Post a Comment

0 Comments