ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୧,୫୨୨ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୭,୬୭,୩୭୨ ପହଞ୍ଚିଛି।

Image Courtesy of India.com

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧,୫୨୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧୪୧, ୭୭୨ରେ ପହଞ୍ଚିଛି।

Image Corutesy of Hindustan Times

୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୭, ୭୨୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୨, ୫୩, ୩୦୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭୨, ୨୯୩। ଏହାକୁ ମିଶାଇ କ୍ରମାଗତ ଚତୁର୍ଥ ଥର ପାଇଁ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ତଳକୁ ରହିଛି। ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସମୁଦାୟ ସଂକ୍ରମଣ ସଂଖ୍ୟାର ୩.୮୧%ରେ ରହିଛି।

The post ୨୪ ଘଣ୍ଟା ମଧ୍ୟରେ ୩୧,୫୨୨ ନୂଆ ସଂକ୍ରମଣ ସହ ୯୭.୬୭ ଲକ୍ଷ୍ୟରେ ଟପିଲା ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/2K9khUy