ଭୁବନେଶ୍ୱର: ରାଜ୍ୟରେ ଆଜି ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୨୦୮କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

 

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ୪୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୬ ଜଣ, ଅନୁଗୁଳ ଜିଲ୍ଲାରୁ ୨୯ ଜଣ, କଟକ ଜିଲ୍ଲାରୁ ୨୬ ଜଣ, ମୟୁରଭଂଜ ଜିଲ୍ଲାରୁ ୨୩ ଜଣ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଜିଲ୍ଲାରୁ ୧୯-୧୯ ଜଣ, ପୁରୀ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ ଓ କେନ୍ଦୁଝର ଜିଲ୍ଲାରୁ ୧୩ ଜଣ ସୁସ୍ଥ ହୋଇଛନ୍ତି।

 

ସେହିପରି ସମ୍ବଲପୁର ଜିଲ୍ଲାରୁ ଆଜି ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଝାରସୁଗୁଡ଼ା ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ ଲେଖାଏଁ, ଗଂଜାମ, ନବରଂଗପୁର ଜିଲ୍ଲାରୁ ୫-୫ ଜଣ, ମାଲକାନଗିରି ଜିଲ୍ଲାରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ, ଗଜପତି, କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ଜଣେ ଓ ରାଜ୍ୟପୁଲରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

The post ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୩୫୮ ଜଣ ଆକ୍ରାନ୍ତ first appeared on Sambad.



from କରୋନା – Sambad https://ift.tt/38aQ9QV