ଗତ ୨୪ ଘଣ୍ଟା ମଧ୍ୟରେ ରଜ୍ୟରେ ପୁଣି ୩୮୭ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରଜ୍ୟରେ ପୁଣି ୩୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୦ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷଣଉ ସୂଚନା ଦିଆଯାଇଛି। ରାଜ୍ୟରେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୭ ହଜାର ୮୭୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୩୩୦୮ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୧୬ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗୀରରୁ ୧୬ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୯ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୬ ଜଣ, ଜଗତ୍‌ସିଂହପୁରରୁ ୭ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ଜଣେ, କେ‌ନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୫୧ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୩ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୧୦ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫୮ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି। ଏପଟେ ରାଜ୍ୟରେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି।

The post ଗତ ୨୪ ଘଣ୍ଟା ମଧ୍ୟରେ ରଜ୍ୟରେ ପୁଣି ୩୮୭ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ first appeared on Sambad.



from କରୋନା – Sambad https://ift.tt/341RisN

Post a Comment

0 Comments