
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୩,୮୨୩ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଠାରୁ ଆଜିର ସଂକ୍ରମଣ ହାର ୩୭.୩% ଅଧିକ ବୋଲି ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୮୨୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୬୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦,୫୯୫,୬୬୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୬୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୨,୭୧୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬, ୯୮୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୨,୪୫,୭୪୧।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧, ୯୭,୨୦୧ରେ ପହଞ୍ଚିଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ମଙ୍ଗଳବାର ସୁଦ୍ଧା ସମଗ୍ର ଦେଶରେ ୧୮,୮୫,୬୬,୯୪୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୭,୬୪,୧୨୦।
The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୮୨୩ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ: ଗତକାଲି ଠାରୁ ସଂକ୍ରମଣ ହାର ୩୭.୩% ଅଧିକ first appeared on Sambad.
from କରୋନା – Sambad https://ift.tt/3bZg9lV
0 Comments