ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି।

ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ରେ ପହଞ୍ଚିଛି। ଏବେ ବି ସକ୍ରିୟ ଅଛନ୍ତି ୨୧୧୫ ଜଣ। ଏବେ ସୁଦ୍ଧା ରାଜ୍ୟରୁ ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୭ ହଜାର ୮୦୩ ଜଣ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୨, ବରଗଡ଼ରୁ ୧୯, , ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, ଭଦ୍ରକରୁ ୬, ବୌଦ୍ଧରୁ ୨, କଟକରୁ ୨୪, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୧୮, ଗଞ୍ଜାମରୁ ୫, ଜଗତସିଂହପୁରୁ ଜଣେ, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୮ ଜଣ, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୧୧, କୋରାପୁଟରୁ ଜଣେ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୮, ପୁରୀରୁ ୯, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୯, ସୋନପୁରରୁ ୩ ଓ ସୁନ୍ଦରଗଡ଼ରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଷ୍ଟେଟପୁଲରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୦ ନୂଆ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/38svN7h