ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୪୨ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧୦.୪୩ ନିୟୁତ ଟପିଯାଇଛି। ଗତକାଲିର ସଂକ୍ରମଣ ଠାରୁ ଆଜିର ସଂକ୍ରମଣ ହାର ୧୨% କମ୍‌ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୪୨୭    କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୭,୫୭,୬୧୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୩୯୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧, ୮୫୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୪,୩୪,୯୮୩।

Image Courtesy of Hindustan Times

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୬୮,୨୩୫ରେ ପହଞ୍ଚିଛି। କ୍ରମାଗତ ୧୩ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟାନୁସାରେ, ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୬.୯୮%।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜାନୁଆରି ୩୧ ସୁଦ୍ଧା ସମୁଦାୟ ୧୯,୭୦,୯୨,୬୩୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୫,୦୪,୨୬୩ଟି ନମୁନା।

ସୂଚନାଯୋଗ୍ୟ, ଭାରତରେ କୋଭିଡ୍‌-୧୯ର ପ୍ରଥମ ମାମଲା ଚିହ୍ନଟ ହେବାର ବର୍ଷକ ପରେ ସମ୍ପ୍ରତି ଏହି ମାରାତ୍ମକ ସଂକ୍ରମଣଜନିତ ମୃତ୍ୟୁ କ୍ଷେତ୍ରରେ ବିଶ୍ୱର ୪ର୍ଥ ସ୍ଥାନକୁ ଖସି ଆସିଛି ଭାରତ।

The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୪୨୭ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧୦.୪୩ ନିୟୁତ ଟପିଲା ସମୁଦାୟ ସୁସ୍ଥତାସଂଖ୍ୟା first appeared on Sambad.



from କରୋନା – Sambad https://ift.tt/3cuqQNt