
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୪,୨୫୬ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ରମାଗତ ଦୁଇ ଦିନ ଧରି ଭାରତରେ ନୂତନ ସଂକ୍ରମଣ ସଂଖ୍ୟା ୧୫,୦୦୦ରୁ କମ୍ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୫୪୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୫୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୩୯,୬୮୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୫୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୧୮୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭, ୧୩୦ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୦୦,୮୩୮। ସମ୍ପ୍ରତି ଜାତୀୟସ୍ତରରେ ସୁସ୍ଥତା ହାର ୯୬.୮୧%ରେ ପହଞ୍ଚିଥିବା ବେଳେ ମୃତ୍ୟୁହାର ୧.୪୪%ରେ ରହିଛି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୮୫,୬୬୨ରେ ପହଞ୍ଚିଛି। ଏହା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ମାତ୍ର ୧.୭୮%।
ସେହିଭଳି, ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୧୩,୯୦,୫୯୨ ଜଣଙ୍କୁ କୋଭିଡ୍-୧୯ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୦୯,୮୫,୧୧୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮,୩୭,୦୯୫ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୪,୨୫୬ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ: ୧୫୨ ଆକ୍ରାନ୍ତ ମୃତ first appeared on Sambad.
from କରୋନା – Sambad https://ift.tt/3oc6Pxo
0 Comments