ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୧ ହଜାର ୫୩୫ ଓ ଏବେ ବି ସକ୍ରିୟ ଅଛନ୍ତି ୧୨୮୬।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୬ ଜଣ, କଟକରୁ ୯ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୮ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଅପଡ଼ାରୁ ୧୧ ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିଚ ଚିହ୍ନଟ ହୋଇଛନ୍ତି।

 

The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/3afhT84