ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୪,୫୪୫ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଠାରୁ ଆଜିର ସଂକ୍ରମଣ ହାର ୪% କମ୍‌ ବୋଲି ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୫୪୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୨୫,୪୨୮ରେ ପହଞ୍ଚିଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ ୧୬୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୦୩୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮, ୦୦୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୨,୮୩,୭୦୮। ଜାତୀୟସ୍ତରରେ ସୁସ୍ଥତା ହାର ୯୬.୭୮%ରେ ପହଞ୍ଚିଥିବା ବେଳେ ମୃତ୍ୟୁହାର ୧.୪୪%ରେ ରହିଛି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୮୮,୬୮୮ରେ ପହଞ୍ଚିଛି।

Image Courtesy of India Today

ସେହିଭଳି ଗୁରୁବାର ଦିନ ୨୩୩, ୫୩୦ ଜଣଙ୍କ ସମେତ ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୧୦,୪୩,୫୩୪ ଜଣଙ୍କୁ କୋଭିଡ୍‌-୧୯ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, କରୋନାଭାଇରସ୍‌ ସଂକ୍ରମଣ ଚିହ୍ନଟ ଲାଗି ଏପର୍ଯ୍ୟନ୍ତ ସମୁଦାୟ ୧୯ କୋଟି ‘ଆର୍‌ଟି-ପିସିଆର୍‌’ ପରୀକ୍ଷା ସମ୍ପନ୍ନ ହୋଇସାରିଲାଣି।

The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୪,୫୪୫ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ୧୦.୬୨ ନିୟୁତ ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/39WhTJV