
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୮, ୬୪୫ ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୦,୪୫୦,୨୮୪ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୬୪୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୦୧ ମୃତ୍ୟୁ ରେକର୍ଡ କରାଯାଇଛି।
ଗତ ୨୪ ଘଣ୍ଟାରେ ୨୦୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୯୯୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇଥିବା ୧୯,୨୯୯ ସଂକ୍ରମିତଙ୍କୁ ମିଶାଇ ଏବେ ଦେଶରେ ସମୁଦାୟ ସୁସ୍ଥତାସଂଖ୍ୟା ୧,୦୦,୭୫,୯୫୦ରେ ପହଞ୍ଚିଛି। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୪୨% ବୋଲି କେନ୍ଦ୍ର ସରକାର କହିଛନ୍ତି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୨୩,୩୩୫।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଶନିବାର ସୁଦ୍ଧା ସମଗ୍ର ଦେଶରେ ୧୮,୧୦,୯୬,୬୨୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୮,୪୩,୩୦୭।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୬୪୫ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ଓ ୨୦୧ ଆକ୍ରାନ୍ତ ମୃତ first appeared on Sambad.
from କରୋନା – Sambad https://ift.tt/3q3xmyq
0 Comments