ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୩୧୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୯ ହଜାର ୩୧୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୦୩୯ଜଣ। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରକାଶ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୧୦ ଜଣ, ବୌଦ୍ଧ ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୩ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୪ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୧୯ଜଣ, ମୟୂରଭଞ୍ଜରୁ୮ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୮ ଜଣ, ପୁରୀରୁ ୧୩ ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ୍ ପୁଲରୁ ୬ଜଣ ଚିହ୍ନଟ ହୋଇଛନ୍ତି। ଏଣେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ସଂକ୍ରମିତଙ୍କ ମୃତ୍ୟୁ first appeared on Sambad.



from କରୋନା – Sambad https://ift.tt/3swN1IG