ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୩ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୭୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୧୨୭ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୯ ହଜାର ୦୮୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୦୮୭ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୧୦ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୫ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨୪, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟ୍ ପୁଲ୍ରୁ ଜଣେ ଚିହ୍ନଟ ହୋଇଛନ୍ତି।
The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.
from କରୋନା – Sambad https://ift.tt/39E442U
0 Comments