ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୭୬୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩୨ ଲକ୍ଷ ୮ ହଜାର ୬୨୨ ଓ ଏବେ ବି ସକ୍ରିୟ ଅଛନ୍ତି ୨୧୯୨ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୮ ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ୩ ଜଣ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧାରୁ ୧୨ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୬ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୫ ଜଣ, ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୨୪ ଜଣ, ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

The post ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୨୨ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/2XFizOo