
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୯,୧୦୨ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଗତ ୭ ମାସ ମଧ୍ୟରେ ଏହା ସର୍ବନିମ୍ନ ସଂକ୍ରମଣ ହାର ବୋଲି ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୧୦୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୬,୭୬,୮୩୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୩,୫୮୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫, ୯୦୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୩,୪୫,୯୮୫।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୭୭,୨୬୬ରେ ପହଞ୍ଚିଛି। କ୍ରମାଗତ ସପ୍ତମ ଦିନ ପାଇଁ ଦେଶରେ ସକ୍ରିୟ ସଂକ୍ରମଣ ସଂଖ୍ୟା ୨ ଲକ୍ଷ ତଳେ ରହିଛି।
ସେହିଭଳି, ଏପର୍ଯ୍ୟନ୍ତ ଦେଶରେ ସମୁଦାୟ ୨୦,୨୩,୮୦୯ ଜଣଙ୍କୁ କୋଭିଡ୍-୧୯ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଶୁକ୍ରବାର ସୁଦ୍ଧା ସମୁଦାୟ ୧୯,୩୦,୬୨,୬୯୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୨୫,୫୭୭ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୯,୧୦୨ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ: ୭ ମାସ ମଧ୍ୟରେ ସର୍ବନିମ୍ନ ସଂକ୍ରମଣହାର ବୃଦ୍ଧି ରେକର୍ଡ first appeared on Sambad.
from କରୋନା – Sambad https://ift.tt/2M3GB3i
0 Comments