ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୫୯୦ ଜଣ କୋଭିଡ୍-୧୯ଦ୍ୱାରା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମୁଦାୟ ସୁସ୍ଥତାସଂଖ୍ୟା ୧,୦୧,୬୨,୭୩୮ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୫୯୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦,୫୨୭,୬୮୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୧୯୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୧,୯୮୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫, ୯୭୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୧,୬୨,୭୩୮। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୫୩%, ସକ୍ରିୟ ଆକ୍ରାନ୍ତଙ୍କହାର ୨.୦୨% ଏବଂ ମୃତ୍ୟୁହାର ୧.୪୪% ରହିଥିବା କଥା କେନ୍ଦ୍ର ସରକାର କହିଛନ୍ତି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୧୩,୦୨୭।
‘ଆଇସିଏମ୍ଆର୍’ କହିବା ଅନୁସାରେ, ବୁଧବାର ସୁଦ୍ଧା ସମଗ୍ର ଦେଶରେ ୧୮,୪୯,୬୨,୪୦୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୭,୩୦,୦୯୬।
The post ୨୪ ଘଣ୍ଟା ମଧ୍ୟରେ ୧୫,୫୯୦ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ: ସମୁଦାୟ ସୁସ୍ଥତା ସଂଖ୍ୟା ୧,୦୧,୬୨,୭୩୮ first appeared on Sambad.
from କରୋନା – Sambad https://ift.tt/3nJHg6L
0 Comments