ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୬ ଜଣ ସଙ୍ଗରୋଧର ହୋଇଥିବା ବେଳେ ୫୪ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୩୪୧୫୦ରେ ପହଞ୍ଚିଛି। ଏମାନଙ୍କ ଭିତରୁ ୩୩୦୭୫୭ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩୬ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି।

di.ku.dk

ଆଜି ଅନୁଗୁଳ ଜିଲ୍ଲାରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧୦, ବରଗଡ଼ରୁ ୧୩, ଭଦ୍ରକରୁ ଜଣେ, କଟକରୁ ୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪, ପୁରୀ ଜିଲ୍ଲାରୁ ୧୫ ଜଣ, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଷ୍ଟେଟପୁଲରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/3o9HXXj

Post a Comment

0 Comments