ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେ‌ଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୮ ହଜାର ୨୭୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୧୧୩ ଜଣ।

ଅନୁଗୁଳରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୧୪ ଜଣ, ବରଗଡ଼ରୁ ୧୬ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୧୬ ଜଣ, ବୌଦ୍ଧରୁ ଜଣେ, କଟକରୁ ୩ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଜଗ୍‌ତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ଜଣେ, କେନ୍ଦୁଝରରୁ ୧୧ ଜଣ, ଖୋର୍ଦ୍ଧାରୁ ୧୫ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୩୮ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/39hmVjS