ନୂଆଦିଲ୍ଲୀ: ଗୁରବାର ଦିନ ଦେଶରେ କୋଭିଡ୍-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ନିୟୁତ ଟପିଯାଇଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୦,୩୪୬ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଭାରତରେ ସମୁଦାୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୩୯୫, ୨୭୮ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୩୪୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୨୨ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୧୨% ଅଧିକ ରହିଛି। ଏବେ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୦, ୩୯୫, ୨୭୮।
ଗତ ୨୪ ଘଣ୍ଟାରେ ୨୨୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୩୩୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଥିବା ୧୯,୫୮୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୦,୧୬,୮୫୯।
The post ୧୦ ନିୟୁତ ଟପିଲା ଦେଶରେ କୋଭିଡ୍-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା first appeared on Sambad.
from କରୋନା – Sambad https://ift.tt/3oqHgdc
0 Comments