
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୫,୯୬୮ ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୦,୪୯୫,୧୪୭ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୯୬୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୦୨ ମୃତ୍ୟୁ ରେକର୍ଡ କରାଯାଇଛି।
ଗତ ୨୪ ଘଣ୍ଟାରେ ୨୦୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୧,୫୨୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭, ୮୧୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୧,୨୯,୧୧୧। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୫୧% ବୋଲି କେନ୍ଦ୍ର ସରକାର କହିଛନ୍ତି।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୧୪,୫୦୭।
‘ଆଇସିଏମ୍ଆର୍’ କହିବା ଅନୁସାରେ, ରବିବାର ସୁଦ୍ଧା ସମଗ୍ର ଦେଶରେ ୧୮,୩୪,୮୯,୧୧୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୮,୩୬,୨୨୭।
The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୯୬୮ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ଓ ୨୦୨ ଆକ୍ରାନ୍ତ ମୃତ first appeared on Sambad.
from କରୋନା – Sambad https://ift.tt/3smgrsM
0 Comments