ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୬,୩୧୧ ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍‌-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୦,୦୯୨,୯୦୯ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୩୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୧ ମୃତ୍ୟୁ ରେକର୍ଡ କରାଯାଇଛି।

Image Courtesy IND News

ଗତ ୨୪ ଘଣ୍ଟାରେ ୧୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୧,୧୬୦ରେ ପହଞ୍ଚିଛି। ଗତ ଦୁଇ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ହେବ ଭାରତରେ ଦୈନିକ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୩୦୦ରୁ କମ୍‌ ରହୁଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯, ୨୯୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୦,୯୨,୧୬୦। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୪୨% ବୋଲି କେନ୍ଦ୍ର ସରକାର କହିଛନ୍ତି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୨୨,୫୨୬।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ରବିବାର ସୁଦ୍ଧା ସମଗ୍ର ଦେଶରେ ୧୮,୧୭,୫୫,୮୩୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୬,୫୯,୨୦୯।

The post ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬,୩୧୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ଓ ୧୬୧ ଆକ୍ରାନ୍ତ ମୃତ first appeared on Sambad.



from କରୋନା – Sambad https://ift.tt/3sbCp1J