ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ଆଉ ୩୨ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୧୦୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୧୦୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୦୮୯ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୫ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ଜଣେ, କଟକରୁ ୬ ଜଣ, ଗଜପତିରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୪, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଏବଂ ଷ୍ଟେଟ୍‌ ପୋଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ first appeared on Sambad.



from କରୋନା – Sambad https://ift.tt/3t9E6xb