ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୯,୩୦୯ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୦୯କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୮,୮୦,୬୦୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୮୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୫,୪୪୭ରେ ପହଞ୍ଚିଛି। ଏହାକୁ ମିଶାଇ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁହାର ୧୪୩%ରେ ପହଞ୍ଚିଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫, ୮୫୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୮,୭୧,୨୯୪। ଜାତୀୟ ହାରରେ ଏହି ସୁସ୍ଥତା ହାର ହେଉଛି ୯୭.୨୬%।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୩୫,୯୨୬ରେ ପହଞ୍ଚିଛି। କ୍ରମାଗତ ୨୪ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ହେଉଛି ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ୧.୩୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୭,୫୦୫,୦୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୧୧ ସୁଦ୍ଧା ସମୁଦାୟ ୨୦,୪୭,୮୯,୭୮୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୬୫,୯୪୪ଟି ନମୁନା।

The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୯,୩୦୯ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦, ୦୦୦ରୁ କମ୍‌ first appeared on Sambad.



from କରୋନା – Sambad https://ift.tt/2NkMOIx