
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୬୪୯ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏ ମାସରେ ୯ମ ଥର ଲାଗି ମୃତ୍ୟୁସଂଖ୍ୟା ୧୦୦ ତଳେ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୬୪୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୦ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୯,୧୬,୫୮୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୯୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୫,୭୩୨ରେ ପହଞ୍ଚିଛି। ଏହି ହିସାବରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁହାର ୧୪୩%ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯, ୪୮୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୬,୨୧,୨୨୦।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୩୯,୬୩୭ରେ ପହଞ୍ଚିଛି। କ୍ରମାଗତ ୨୭ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣ ସଂଖ୍ୟାର ୧.୨୮%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୮,୨୮୫,୨୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଏହାଛଡ଼ା, ଗତ ପଅରଦିନ ଠାରୁ ପ୍ରଥମ ପର୍ଯ୍ୟାୟ ଟିକାକରଣର ଦ୍ୱିତୀୟ ଡୋଜ୍ ଟିକାକରଣ ମଧ୍ୟ ଆରମ୍ଭ ହୋଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୧୪ ସୁଦ୍ଧା ସମୁଦାୟ ୨୦,୬୭,୧୬,୬୩୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୪,୮୬,୧୨୨ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୬୪୯ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ: ମୃତ୍ୟୁସଂଖ୍ୟା ୧୦୦ ତଳେ first appeared on Sambad.
from କରୋନା – Sambad https://ift.tt/3qmYFEu
0 Comments