ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬,୭୫୨ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୧୩ ଜଣଙ୍କର ମୃତ୍ୟୁ ଘଟିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୭୫୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୯୬,୭୩୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୦୫୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୭୧୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୭୫,୧୬୯। ଏହି ହିସାବରେ ସମ୍ପ୍ରତି ଜାତୀୟ ସୁସ୍ଥତା ହାର ହେଉଛି ୯୭.୧୪%।

Image Courtesy of Hindustan Times

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୪,୫୧୧ରେ ରହିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୩,୦୧,୨୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୭ ସୁଦ୍ଧା ସମୁଦାୟ ୨୧,୬୨,୩୧,୧୦୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୯୫,୭୨୩ଟି ନମୁନା।

The post କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୬,୭୫୨ ନୂଆ ସଂକ୍ରମଣ ଚିହ୍ନଟ, ୧୧୩ ଆକ୍ରାନ୍ତ ମୃତ first appeared on Sambad.



from କରୋନା – Sambad https://ift.tt/2NCl6Yh