
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୬,୭୩୮ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ୧୩୮ଜଣଙ୍କର ମୃତ୍ୟୁ ଘଟିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୭୩୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୪୬,୯୧୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୩୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୭୦୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୭୯୯ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୩୮,୫୦୧।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୧,୭୦୮ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧,୨୬,୭୧,୧୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୪ ସୁଦ୍ଧା ସମୁଦାୟ ୨୧,୩୮,୨୯,୬୮୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୯୩,୩୮୩ଟି ନମୁନା।
The post କୋଭିଡ୍-୧୯: ଦେଶରେ ୧୬,୭୩୮ ନୂଆ ସଂକ୍ରମଣ ଚିହ୍ନଟ, ମୃତ୍ୟୁସଂଖ୍ୟା ୧୩୮ first appeared on Sambad.
from କରୋନା – Sambad https://ift.tt/3aSEPMc
0 Comments