ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୪, ୧୯୯ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ନିୟୁତ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪, ୧୯୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧,୦୦,୮୫୦ରେ ପହଞ୍ଚିଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ ହୋଇଥିବା ୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୩୮୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୬୯୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୬,୯୯,୪୧୦।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୦୫୫ରେ ପହଞ୍ଚିଛି।

Image Courtesy of NDTV

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧୧,୧୧୬,୮୫୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୧ ସୁଦ୍ଧା ସମୁଦାୟ ୨୧,୧୫,୫୧,୭୪୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୬,୨୦,୨୧୬ଟି ନମୁନା।

The post ୧୪, ୧୯୯ ନୂଆ ସଂକ୍ରମଣ ଚିହ୍ନଟ ହେବା ପରେ ୧୧ ନିୟୁତ ଟପିଲା ଦେଶରେ ସମୁଦାୟ ସଂକ୍ରମଣସଂଖ୍ୟା first appeared on Sambad.



from କରୋନା – Sambad https://ift.tt/2NRfU28