ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୫,୫୧୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ସମୁଦାୟ ସଂକ୍ରମଣ ସଂଖ୍ୟା ୧୧.୧୧ ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୫୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୧,୧୨୬,୨୪୧ରେ ପହଞ୍ଚିଛି।

Image Courtesy of Hindustan Times

ଗତ ୨୪ ଘଣ୍ଟାରେ ହୋଇଥିବା ୧୦୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୭,୫୧୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୨୮୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୮୬,୪୫୭।

Image Courtesy of India Today

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୮,୬୨୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୩,୦୧,୨୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୮ ସୁଦ୍ଧା ସମୁଦାୟ ୨୧,୬୮,୫୮,୭୭୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୬,୨୭,୬୬୮ଟି ନମୁନା।

The post କୋଭିଡ୍‌-୧୯: ୨୪ ଘଣ୍ଟାରେ ଦେଶରେ ୧୫,୫୧୦ ନୂଆ ସଂକ୍ରମଣ ସହ ୧୧.୧୧ ନିୟୁତ ଟପିଲା ସମୁଦାୟ ସଂକ୍ରମଣ ସଂଖ୍ୟା first appeared on Sambad.



from କରୋନା – Sambad https://ift.tt/2ZZv8oJ