
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୧୩, ୧୩,୭୪୨ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ଦୈନିକ ମୃତ୍ୟୁସଂଖ୍ୟା ପୁଣି ୧୦୦ ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୩,୭୪୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୩୦,୧୭୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୦୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୬,୫୬୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୨୫୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୨୬,୭୦୨।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୬,୯୦୭ରେ ପହଞ୍ଚିଛି। ଏଥିରୁ ୭୫% ହେଉଛନ୍ତି କେରଳ ଓ ମହାରାଷ୍ଟ୍ରର।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୧୨,୧୬୫,୫୯୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୩ ସୁଦ୍ଧା ସମୁଦାୟ ୨୧,୩୦,୩୬,୨୭୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୮,୦୫,୮୪୪ଟି ନମୁନା।
The post ଦେଶରେ ୧୩, ୧୩,୭୪୨ ନୂଆ ସଂକ୍ରମଣ ଚିହ୍ନଟ, ପୁଣି ୧୦୦ ଟପିଲା ଦୈନିକ ମୃତ୍ୟୁସଂଖ୍ୟା first appeared on Sambad.
from କରୋନା – Sambad https://ift.tt/3dHgJWn
0 Comments