ଭୁବନେଶ୍ବର: ଅନ୍ୟ ୫ଟି ରାଜ୍ୟରୁ ଫେରିଥିବା ଯାତ୍ରୀଙ୍କ ଉପରେ ଓଡ଼ିଶା ସରକାର କଡ଼ା କଟକଣା ଲଗାଇଛନ୍ତି। ମହାରାଷ୍ଟ୍ର, କେରଳ, ତାମିଲନାଡ଼ୁ, ଛତିଶଗଡ଼ ଓ ମଧ୍ୟପ୍ରଦେଶରୁ ଫେରନ୍ତା ଯାତ୍ରୀମାନଙ୍କ ଲାଗି ବିମାନବନ୍ଦର ଓ ରେଳ ଷ୍ଟେସନରେ ଥର୍ମାଲ ସ୍କ୍ରିନିଂ ସହ ରାପିଡ୍ ଆଣ୍ଟିଜେନ୍ କିଟ୍ ପରୀକ୍ଷା କରିବା ଲାଗି କୁହାଯାଇଛି। ଏହି ନିର୍ଦ୍ଦେଶନାମା ପ୍ରକାଶ ପାଇବାର ଗୋଟିଏ ଦିନ ପରେ ରାଜ୍ୟ ସରକାର ଏହି ୫ ରାଜ୍ୟ ଫେରାନ୍ତଙ୍କ ପାଇଁ ୭ଦିନ ବାଧ୍ୟତାମୂଳକ ଗୃହ ପୃଥକ୍ ବାସ ଲାଗୁ କରିଛନ୍ତି। କିନ୍ତୁ କୋଭିଡ୍ ରିପୋର୍ଟ ନେଗେଟିଭ୍ ଥିଲେ ଗୃହ ପୃଥକ୍ ବାସ ଜରୁରୀ ନୁହେଁ ବୋଲି କୁହାଯାଇଛି। ଏ ସଂକ୍ରାନ୍ତରେ ସବୁ ଜିଲ୍ଲାପାଳ, ନଗର ନିଗମ କମିସନର, ବିଜୁ ପଟ୍ଟନାୟକ ଓ ଝାରସୁଗୁଡ଼ା ବିମାନବନ୍ଦର ନିର୍ଦ୍ଦେଶକ ଓ ପୂର୍ବତଟ ରେଳବାଇର ମହାପ୍ରବନ୍ଧକଙ୍କୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର।
ପୂର୍ବରୁ ରାଜ୍ୟ ସରକାର ମହାରାଷ୍ଟ୍ର, କେରଳ, ତାମିଲନାଡ଼ୁ, ଛତିଶଗଡ଼, ମଧ୍ୟପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ, ପଞ୍ଜାବ, ଦିଲ୍ଲୀ, ଚଣ୍ଡୀଗଡ଼, କର୍ଣ୍ଣାଟକ ଓ ଆନ୍ଧ୍ର ଫେରନ୍ତାଙ୍କୁ ନେଇ ଚିନ୍ତା ପ୍ରକଟ କରିଥିଲେ। ଏଥିପାଇଁ ବିମାନବନ୍ଦର ଓ ରେଳ ଷ୍ଟେସନରେ ଥର୍ମାଲ ସ୍କ୍ରିନିଂ ସହ ରାପିଡ୍ ଆଣ୍ଟିଜେନ୍ କିଟ୍ ପରୀକ୍ଷା କରିବା ଲାଗି କୁହାଯାଇଥିଲା।
ଏହି ନିର୍ଦ୍ଦେଶନାମା ପ୍ରକାଶ ପାଇବାର ଗୋଟିଏ ଦିନ ପରେ ରାଜ୍ୟ ସରକାର ଏହି ୧୨ ରାଜ୍ୟ ଫେରନ୍ତାଙ୍କ ପାଇଁ ୭ଦିନ ବାଧ୍ୟତାମୂଳକ ଗୃହ ପୃଥକ୍ ବାସ ଲାଗୁ କରିଥିଲେ। ଆର୍ଟି-ପିସିଆର୍ ନମୁନା ପଜିଟିଭ୍ ଚିହ୍ନଟ ହେଉଥିବା ବ୍ୟକ୍ତିଙ୍କୁ କୋଭିଡ୍ ଚିକିତ୍ସା ପ୍ରୋଟୋକଲ୍ ଅନୁସାରେ ଚିକିତ୍ସା କରାଯିବ। ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ବ ବଜାୟ ରଖିବାକୁ ବାଧ୍ୟତାମୂଳକ କରାଯାଇଛି। ଏହାସହ ଜିଲ୍ଲାସ୍ତରରେ ଆର୍ଟି-ପିସିଆର୍ ନମୁନା ପରୀକ୍ଷା ବଢ଼ାଇବା ଓ କରୋନା ସଚେତନତା କାର୍ଯ୍ୟକ୍ରମକୁ ମିସନ୍ ମୋଡ୍ରେ ଆଗେଇନେବା ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
The post ୫ ରାଜ୍ୟ ଫେରନ୍ତାଙ୍କ ଉପରେ କଡ଼ା ନଜର: ୭ଦିନ ବାଧ୍ୟତାମୂଳକ ଗୃହ ପୃଥକ୍ ବାସ ଲାଗୁ first appeared on Sambad.
from କରୋନା – Sambad https://ift.tt/2ZUFSVl
0 Comments