
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ୧୧,୭୧୩ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହେବା ସହ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୦୮ କୋଟି ଟପିଯାଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୪,୯୧୮କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୦୮,୧୪,୩୦୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୯୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୪,୮୨୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୪, ୪୮୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୫,୧୦,୭୯୬।
ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧,୪୮,୫୯୦ରେ ପହଞ୍ଚିଛି। କ୍ରମାଗତ ୧୮ଶ ଦିନ ଲାଗି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ତଳେ ରହିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୭ଟା ସୁଦ୍ଧା ସମୁଦାୟ ୫୪,୧୬,୮୪୯ଲକ୍ଷ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଫେବ୍ରୁଆରି ୧୩ ତାରିଖରୁ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଦ୍ୱିତୀୟ ଡୋଜ୍ କୋଭିଡ୍-୧୯ ଟିକା ଦିଆଯିବ। ଏହାଛଡ଼ା ୫୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିମାନଙ୍କୁ ଆସନ୍ତା ମାର୍ଚ ମାସରୁ ଟିକା ଦିଆଯିବ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନ କହିଛନ୍ତି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୫ ସୁଦ୍ଧା ସମୁଦାୟ ୨୦,୦୬,୭୨,୫୮୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୪୦,୭୯୪ଟି ନମୁନା।
The post ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୧,୭୧୩ କୋଭିଡ୍-୧୯ ଆକ୍ରାନ୍ତଙ୍କ ସହ ସମୁଦାୟ ଆକ୍ରାନ୍ତସଂଖ୍ୟା ୧.୦୮ କୋଟି ଟପିଲା first appeared on Sambad.
from କରୋନା – Sambad https://ift.tt/2YSgRcR
0 Comments