ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୫୧୯ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୦୩ ଜଣ। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୭ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୨ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୮ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୬ ଜଣ, ସମ୍ବଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଏବଂ ଷ୍ଟେଟ୍ ପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାର ଜଣେ ୭୨ ବର୍ଷୀୟା କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ, ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ first appeared on Sambad.



from କରୋନା – Sambad https://ift.tt/2ZUoMHc